କନକ ବ୍ୟୁରୋ : ଆସନ୍ତା ୨ ଦିନ ରାଜ୍ୟର ପ୍ରାୟ ସମସ୍ତ ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଏଥିସହ କିଛି ସ୍ଥାନରେ ଅତିପ୍ରବଳ ବର୍ଷା ହୋଇପାରେ। ଏହା ପରେ ୨୫ ତାରିଖଠାରୁ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ ବୋଲି ଆଞ୍ଚଳିକ ପାଣିପାଗ ଗବେଷଣା କେନ୍ଦ୍ର ପକ୍ଷରୁ କୁହାଯାଇଛି। କେନ୍ଦ୍ରର ନିର୍ଦ୍ଦେଶକ ଏଚ୍ ଆର୍ ବିଶ୍ୱାସ କହିଛନ୍ତି, ବର୍ତ୍ତମାନ ମୌସୁମୀ ଟ୍ରାଫ୍ ପୂର୍ବ ମୁହାଁ ବିହାରରୁ ବଙ୍ଗୋପସାଗର ଆଡ଼କୁ ଗତି କରୁଛି। ଫଳରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସ୍ୱାଭାବିକ ରହିବ। ଏହି ସମୟରେ ରାଜ୍ୟର ପ୍ରାୟ ସମସ୍ତ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା, କନ୍ଧମାଳ, ଅନୁଗୁଳ, ବୌଦ୍ଧ, ବଲାଙ୍ଗୀର, ମାଲକାନଗିରି, କଳାହାଣ୍ଡି, ସୋନପୁର, ନବରଙ୍ଗପୁର, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୪ ତାରିଖ ଅପରାହ୍ନରୁ ୨୫ ତାରିଖ ଅପରାହ୍ନ ପର୍ଯ୍ୟନ୍ତ ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହାପରେ ରାଜ୍ୟରେ ବିଶେଷ ବର୍ଷା ନାହିଁ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/07/5-13.jpg)