କାଲିଠାରୁ ଓଡ଼ିଆ ଭାଷା ମହାକୁମ୍ଭ । ସାରା ଓଡିଶା ଗାଇବ ‘ବନ୍ଦେ ଉତ୍କଳ ଜନନୀ” ରାଜ୍ୟର ସବୁ ପଞ୍ଚାୟତରେ ହେବ ଗ୍ରାମସଭା ।

151

କନକ ବ୍ୟୁରୋ: ବିଶ୍ୱ ଓଡିଆ ଭାଷା ସମ୍ମିଳନୀର ପ୍ରସ୍ତୁତି ସମୀକ୍ଷା କଲେ ଫାଇଭ-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆ । ଜନତା ମୈଦାନ ଓ ଅକ୍ଷର ଭୂମି ପରିଦର୍ଶନ କରି ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ପାଇଁ ଚାଲିଥିବା ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଛନ୍ତି ଫାଇଭ-ଟି ଅଧ୍ୟକ୍ଷ । ସୂଚନା ଅନୁସାରେ, ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀରେ ରାଜ୍ୟର ସମସ୍ତ ବ୍ଲକ ଓ ଗ୍ରାମ ପଂଚାୟତକୁ ଯୋଡିବା ସହିତ ଗୁରୁତ୍ୱପୂର୍ଣ୍ଣ ଅଧିବେଶନ ଗୁଡିକର ଲାଇଭ ଷ୍ଟ୍ରିମିଙ୍ଗ, ଭାଷା ଓ ଏହାର ଭବିଷ୍ୟତ ଉପରେ ସ୍ୱତନ୍ତ୍ର ଦୃଷ୍ଟି ଦେବ । ଏହି ସମ୍ମିଳନୀ ଓଡିଶାର ଅତୀତ ଓ ବର୍ତମାନର ରୂପାନ୍ତରଣ ପ୍ରକ୍ରିୟା ଉପସ୍ଥାପିତ କରିବ । ଅକ୍ଷର ଭୂମିରେ ପ୍ରଥମ ଥର ପାଇଁ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ପାଳନ କରାଯିବ । ଐତିହ୍ୟ ନଗରୀ ଭୁବନେଶ୍ୱର କେନ୍ଦ୍ର ସ୍ଥଳରେ ଏହି ସମ୍ମିଳନୀ ଓଡିଆ ଭାଷାର ଜୟଗାନ କରିବ । ଆମ ଭାଷାର ସୌନ୍ଦର୍ଯ୍ୟ ଓ ଖାଣ୍ଡେଲାଇଟ ପଥରରେ ଲିପିବଦ୍ଧ ହୋଇଥିବା କଳିଙ୍ଗ ସ୍ଥାପତ୍ୟର ଅନନ୍ୟ ନିଦର୍ଶନ ଏହା ମାଧ୍ୟମରେ ପ୍ରତିଫଳିତ ହେବ । ଭାଷାପ୍ରେମୀ ବିଶେଷ କରି ଯୁବ ପିଢିଙ୍କ ପାଇଁ ଏହା ହେବ ପ୍ରମୁଖ ଆକର୍ଷଣ ସ୍ଥଳୀ ।