ନିର୍ଦ୍ଧାରିତ ସମୟ ପୂର୍ବରୁ ସରିଲା ଶୀତକାଳୀନ ଅଧିବେଶନ। ଅନିର୍ଦ୍ଧିଷ୍ଟ କାଳ ପାଇଁ ଗୃହକୁ ମୁଲତବି ଘୋଷଣା କଲେ ବାଚସ୍ପତି।

120

କନକ ବ୍ୟୁରୋ: ମାତ୍ର ୮ ଦିନ ଚାଲିପାରିଲା ବିଧାନସଭା ଶୀତକାଳୀନ ଅଧିବେଶନ । ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହକୁ ମୁଲତବି କରାଯାଇଥିବା ବାଚସ୍ପତି ସୂଚନା ଦେଇଛନ୍ତି । ଶୀତକାଳୀନ ଅଧିବେଶନ ବନ୍ଦ କରିବାକୁ ପ୍ରସ୍ତାବ ଦେଇଥିଲେ ସରକାରୀ ଦଳ ମୁଖ୍ୟ ସଚେତକ । ଏହାକୁ ସମର୍ଥନ ଜଣାଇଥିଲେ ଶାସକ ଦଳ ବିଧାୟକ । ପରେ ସରକାରୀ ଦଳ ମୁଖ୍ୟ ସଚେତକଙ୍କ ପ୍ରସ୍ତାବକୁ ଗୃହୀତ କରିଛନ୍ତି ବାଚସ୍ପତି । ଶୀତ ଅଧିବେଶନର ଶେଷ କାର୍ୟ୍ୟ ଦିବସରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧିବେଶନରେ ସମସ୍ତଙ୍କ ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ । ଏହି ସମୟରେ ଗୃହରେ ବିଜେପିର ସଦସ୍ୟ ଅନୁପସ୍ଥିତ ରହିଲେ ।