କନକ ବ୍ୟୁରୋ: କୋଭିଡ୍ କଟକଣା ଭିତରେ ଚାଲିବ ବିଧାନସଭା । ଆସନ୍ତା ୧ ତାରିଖରୁ ରାଜ୍ୟ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ କଟକଣା ଦୃଷ୍ଟିରୁ ପୂର୍ବ ଅଧିବେଶନ ପରି ଏହି ଅଧିବେଶନରେ ମଧ୍ୟ କଟକଣା ଜାରି ରହିବ । ଏନେଇ ଆଜି ବିଧାନସଭା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି ।
ବାଚସ୍ପତିଙ୍କ ସୂଚନା ମୁତାବକ, ବିଧାନସଭାର ସଦସ୍ୟମାନେ ଗୃହରେ ବସିବା ସହିତ ବାଚସ୍ପତି ଗ୍ୟାଲେରୀ, ପବ୍ଲିକ ଗ୍ୟାଲେରୀ, ଲୋକସେବା ଭବନରୁ ଯୋଗ ଦେଇପାରିବେ । ଅଧିବେଶନ ପୂର୍ବରୁ ସମସ୍ତ ବିଧାୟକ, ବିଧାୟିକାଙ୍କର କୋଭିଡ୍ ଟେଷ୍ଟ କରାଯିବ । ଖାଲି ସେତିକି ନୁହେଁ, ବିଧାୟକଙ୍କ ସହ ସମସ୍ତ ପିଏସଓ, ଡ୍ରାଇଭର ଓ ଅନ୍ୟ କର୍ମଚାରୀଙ୍କର ମଧ୍ୟ ନମୁନା ପରୀକ୍ଷା କରାଯିବ । ଏଥିପାଇଁ ଆସନ୍ତା ୨୮,୨୯ ଓ ୩୦ ତାରିଖ ଦିନ ଧାର୍ଯ୍ୟ କରାଯାଇଛି ।
କୋଭିଡ୍ କଟକଣା ଭିତରେ ଚାଲିବ ବିଧାନସଭା
ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ସୂଚନା
ପୂର୍ବ ଅଧିବେଶନ ପରି କଟକଣା ଜାରି ରହିବ
ସବୁ ବିଧାୟକ ଓ ବିଧାୟିକାଙ୍କ କୋଭିଡ୍ ଟେଷ୍ଟ ହେବ
କର୍ମଚାରୀ, ପିଏସଓ , ଡ୍ରାଇଭରଙ୍କ ନମୁନା ପରୀକ୍ଷା ହେବ#Odisha#KanakNewspic.twitter.com/bIXvl16dWI— Kanak News (@kanak_news) November 25, 2021
ବାଚସ୍ପତିଙ୍କ କହିବା କଥା, ଏନେଇ ସ୍ୱାସ୍ଥ୍ୟ ବିଭାଗର ସଚିବ ଓ ଅଧିକାରୀଙ୍କ ସହିତ ଆଲୋଚନା ହୋଇଛି । ବିଏମସି ତରଫରୁ ମଧ୍ୟ ବିଧାନସଭାକୁ ପ୍ରତିଦିନ ବିଶୋଧନ କରାଯିବ । ତେବେ ବିଧାନସଭା କେତେ ସମୟ ଚାଲିବ ସେନେଇ ଆସନ୍ତା ୨୯ ତାରିଖରେ ହେବାକୁ ଥିବା ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ନିଆଯିବ ।