କନକ ବ୍ୟୁରୋ: ପଦ୍ମପୁର ଉପନିର୍ବାଚନକୁ ନେଇ ଆରମ୍ଭ ହୋଇସାରିଲାଣି ରଣନୀତି । ଆଉ ଏହାରି ମଧ୍ୟରେ ଆଜି ୧୩ ପ୍ରାର୍ଥୀ ନାମାଙ୍କନ ଦାଖଲ କରିସାରିଛନ୍ତି । ସବୁଠାରୁ ରୋଚକ କଥା ହେଉଛି ୧୩ ଜଣଙ୍କ ମଧ୍ୟରୁ ୮ ଜଣ ସ୍ୱାଧୀନ ଭାବେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ତେବେ ପଦ୍ମପୁର ମୈଦାନରେ ମୁହାଁମୁହିଁ ହେବେ ୧୩ ଜଣ ପ୍ରାର୍ଥୀ । ଏଥିପାଇଁ ୩ ପ୍ରମୁଖ ଦଳ ବିଜେଡି, ବିଜେପି, କଂଗ୍ରେସ ମଧ୍ୟ ପ୍ରସ୍ତୁତି ଆରମ୍ଭ କରିସାରିଲେଣି ।

Advertisment

ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା ଆଜି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ବିଜେଡିର ବରିଷ୍ଠ ନେତା ଓ ସମର୍ଥକଙ୍କୁ ସାଥୀରେ ନେଇ ଏକ ବିରାଟ ଶୋଭା ଯାତ୍ରାରେ ବାହାରି ଉପଜିଲ୍ଲାପାଳଙ୍କ କାଯ ର୍୍ୟାଳୟରେ ନାମାଙ୍କନ ଦାଖଲ କରିଛନ୍ତି ବର୍ଷା ସିଂ ବରିହା । ଏହି ସମୟରେ ତାଙ୍କ ସାଙ୍ଗରେ ଥିଲେ ବିଜେଡି ନେତ୍ରୀ ସ୍ନେହାଙ୍ଗୀନ ଛୁରିଆ, ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଓ ଶତାଧିକ ସମର୍ଥକ । ନାମାଙ୍କନ ପୂର୍ବରୁ ବୁଢ଼ା ରାଜାଙ୍କ ଆର୍ଶୀବାଦ ନେଇଛନ୍ତି ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା । ସେପଟେ ବିରାଟ ଶୋଭାଯାତ୍ରାରେ ଆସି ନାମାଙ୍କନ ଭରିଛନ୍ତି କଂଗ୍ରେସ ପ୍ରାର୍ଥୀ ସତ୍ୟଭୁଷଣ ସାହୁ । ସାଥିରେ ଥିଲେ ପିସିସି ସଭାପତି ଶରତ ପଟ୍ଟନାୟକ, ବିଧାୟକ ସନ୍ତୋଷ ସିଂ ସାଲୁଜା । ସେହିପରି ପ୍ରଦୀପ ପୁରୋହିତ ମଧ୍ୟ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଓ ବରିଷ୍ଠ ବିଜେପି ନେତାଙ୍କ ସହ ଆସି ନାମାଙ୍କନ ଭରିଛନ୍ତି ।