କନକ ବ୍ୟୁରୋ: ରାଜ୍ୟରେ ଆଉ ୪ଦିନ ବର୍ଷା ହେବ । ଅଧିକ ବର୍ଷା ସମ୍ଭାବନା ନଥିଲେ ବି ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ । ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ୨୪ ଘଣ୍ଟା ପରେ ରାଜ୍ୟରେ ତାପମାତ୍ରା ଧୀରେ ଧୀରେ ୩ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ବଢିବ । ଏହା ପରେ ରାଜ୍ୟରେ ଖରା ବଢିବା ସହ ଗରମ ମଧ୍ୟ ବଢିବ ।
ଆଜି ରାଜଧାନୀ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ଦିନ ତାପମାତ୍ରା ୩୨ ଡିଗ୍ରୀ ଓ ରାତିର ସର୍ବନିମ୍ନ ତାପମାତ୍ରା ୨୨ ଡିଗ୍ରୀ ରହିବ । ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ନରେ ବର୍ଷା ହୋଇପାରେ । ଗତ ୨୪ ଘଣ୍ଟାରେ ମୟୂରଭଂଜ କପ୍ତିପଦାରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି । ଯାଜପୁର ଓ ଭୁବନେଶ୍ୱର ସମେତ ଗୁଣପୁର, ଟିଟିଲାଗଡ଼, ବଲାଙ୍ଗୀର, କଟକରେ ବର୍ଷା ସହ କୁଆପଥର ମାଡ ହୋଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/03/7e6c1da503422c81038bd79473d66dc4-750x430-1.jpg)