ଦିଲ୍ଲୀରେ ଚାଷୀଙ୍କ ଟ୍ରାକ୍ଟର ରାଲିରେ ଅଘଟଣ ଘଟାଇବା ପାଇଁ ପାକିସ୍ତାନରେ ଚାଲିଛି ଷଡଯନ୍ତ୍ର । ଦିଲ୍ଲୀ ପୋଲିସ କହିଲା, ପାକିସ୍ତାନରେ ତିଆରି କରାଯାଇଛି ୩୦୮ଟି ଟ୍ୱିଟର ହ୍ୟାଣ୍ଡେଲ ।

149

କନକ ବ୍ୟୁରୋ : ଭାରତରେ ଅଘଟଣ ଘଟାଇବା ପାଇଁ ପାକିସ୍ତାନ ରଚୁଛି ଷଡଯନ୍ତ୍ର । ସାଧାରଣତନ୍ତ୍ର ଦିବସ ଏବଂ ଟ୍ରାକ୍ଟର ରାଲି ଭିତରେ ଅଶାନ୍ତିର ବାତାବରଣ ସୃଷ୍ଟି କରିବା ପାଇଁ ଷଡଯନ୍ତ୍ର ହେଉଥିବା ନେଇ ସୂଚନା ଦେଇଛି ଦିଲ୍ଲୀ ପୋଲିସ୍ । ଆଉ ଏଥିପାଇଁ ସୋସିଆଲ ମିଡିଆକୁ ଅସ୍ତ୍ର କରିଛି ପାକିସ୍ତାନ ।

ଦିଲ୍ଲୀ ପୋଲିସ ସୂଚନା ଦେଇ କହିଛି, କୃଷକଙ୍କ ମଧ୍ୟରେ  ଦ୍ୱନ୍ଦ୍ୱ  ସୃଷ୍ଟି କରିବା ଲାଗି ଜାନୁଆରୀ ୧୩ ରୁ ୧୮ ତାରିଖ ମଧ୍ୟରେ ପାକିସ୍ତାନରେ ୩ ଶହରୁ ଅଧିକ ଟ୍ୱିଟର ଆକାଉଣ୍ଟ ଖୋଲାଯାଇଛି ।  ଗୁଇନ୍ଦା ଓ ଅନ୍ୟ ଏଜେନ୍ସିର ତଥ୍ୟକୁ ଆଧାର କରି ଦିଲ୍ଲୀ ପୁଲିସ ଏହା କହିଛି ।  ଏଭଳି ତଥ୍ୟ ଆସିଲା ପରେ ମଙ୍ଗଳବାର ଦିନ ସାଧାରଣତନ୍ତ୍ର ଦିବସରେ କୃଷକ କରିବାକୁ ଥିବା ଟ୍ରାକ୍ଟର ରାଲି ପାଇଁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ସାଧାରଣତନ୍ତ୍ର ଦିବସ ପରେଡ ପରେ ଟ୍ରାକ୍ଟର ରାଲି  ହେବ । ଏହା ନିଶ୍ଚିତ ଭାବେ ଦିଲ୍ଲୀ ପୁଲିସ ପାଇଁ ଚ୍ୟାଲେଞ୍ଜ । କିନ୍ତୁ ଏହା  ଉପରେ କଡା ନଜର ରଖାଯାଇଛି । ସାଧାରଣତନ୍ତ୍ର ଦିବସ ପାଇଁ ଭାରତ ପ୍ରସ୍ତୁତ ହେଉଥିବା ବେଳେ ପାକିସ୍ତାନର ଏଭଳି ଷଡଯନ୍ତ୍ର ଉଦ୍ୟମକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡାକଡି କରାଯାଇଛି ।