ଲଘୁଚାପ ପ୍ରଭାବରେ ଦୁଇ ଦିନ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ସଂଭାବନା : ୨ ଜିଲ୍ଳାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୮ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ; ଆଜି ଲଘୁଚାପ ନେବ ଅବପାତ ରୂପ, ଆଗକୁ ହେବ ଗଭୀର ଅବପାତ

Advertisment
ଲଘୁଚାପ ପ୍ରଭାବରେ ଦୁଇ ଦିନ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ସଂଭାବନା : ୨ ଜିଲ୍ଳାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୮ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ; ଆଜି ଲଘୁଚାପ ନେବ ଅବପାତ ରୂପ, ଆଗକୁ ହେବ ଗଭୀର ଅବପାତ

କନକ ବ୍ୟୁରୋ : ବର୍ଷାରେ ଭିଜିବ ପାର୍ବଣ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ୱେଲମାର୍କର ରୂପ ନେଇ ଅଧିକ ଘନୀଭୂତ ହେଉଥିବାରୁ ଆସନ୍ତାକାଲି ୨ ଜିଲ୍ଲାକୁ ଅଂରେଜ ଓ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବିଶେଷ କରି ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ସତର୍କ ରହିବାକୁ କୁହାଯାଇଛି ।

ଭାରତୀୟ ପାଣିପାଗ ବିଭାଗର ମହାନିର୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ ଅକ୍ଟୋବର ୨୨ରୁ ୨୪ ତାରିଖ‌ ପର୍ଯ୍ୟନ୍ତ ଅଧା ଓଡ଼ିଶାରେ ବର୍ଷା ହେବା ଦ୍ବାରା ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି। ଏଥିସହ ପାହାଡ଼ ଧସିବା, ମାଟି ଘର ଓ ରାସ୍ତା ନଷ୍ଟ ହେବାର ସମ୍ଭାବନା ଥିବା ବେଳେ ସହରାଞ୍ଚଳରେ ଟ୍ରାଫିକ୍‌ ସମସ୍ୟା ସୃଷ୍ଟି ହୋ‌ଇପାରେ। ଉପକୂଳ ଓଡ଼ିଶାରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ। ବେଳେ ବେଳେ ପବନର ବେଗ ଘଣ୍ଟା ପ୍ରତି ୫୦ କିମି ବି ଛୁଇଁବାର ସମ୍ଭାବନା ରହିଛି ।

ତେବେ ୱେଲ୍‌ ମାର୍କଡ୍‌ ଲୋ ପ୍ରେସର୍‌ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ପଶ୍ଚିମକେନ୍ଦ୍ରୀୟ ବ‌ଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ରହିବ । ୨୪ ତାରିଖ ପର୍ଯ୍ୟନ୍ତ ଉତ୍ତର ବଙ୍ଗୋପସାଗରରୁ ଓଡ଼ିଶା ଉପକୂଳ ପର୍ଯ୍ୟନ୍ତ ପବନର ବେଗ ଘଣ୍ଟା ପ୍ରତି ୬୫ କିମି ଛୁଇଁବାର ସମ୍ଭାବନା ରହିଛି । ତାହାକୁ ଦୃଷ୍ଟିରେ ରଖି ୨୪ ତାରିଖ ମଧ୍ୟରାତ୍ରି ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବା ଲାଗି ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

୨୩ ତାରିଖ ପୂର୍ବାହ୍ନ ମଧ୍ୟରେ ଗଞ୍ଜାମ, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ବରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ଗଞ୍ଜାମ, ଖୋର୍ଧା, କଟକ, ଯାଜପୁର, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାପର ୨୪ ଘଣ୍ଟାରେ ଉପକୂଳ ଓଡ଼ିଶାରେ ବର୍ଷା ପରିମାଣ ସାମାନ୍ୟ କମିବ । ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୨୪ ତାରିଖ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର ସ୍ବଳ୍ପ ବର୍ଷା ହେବାକୁ ଥିବା ବେଳେ ପଶ୍ଚିମ ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ରହିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe