ସେପ୍ଟେମ୍ବର ୨୧ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା । ଜାଣନ୍ତୁ କେଉଁ ଜିଲ୍ଲାରେ ପ୍ରବଳ ବର୍ଷିବ?

193

କନକ ବ୍ୟୁରୋ: ସେପ୍ଟେମ୍ବର ୨୧ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ୧୮ ତାରିଖରୁ ୨୧ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

୧୮ ସେପ୍ଟେମ୍ବରରୁ ୧୯ ଯାଏଁ ୧୨ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ । ଏହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ ।

ସେହିପରି ୧୯ ସେପ୍ଟେମ୍ବରରୁ ୨୦ ସେପ୍ଟେମ୍ବର ଯାଏଁ ୮ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ବରଗଡ, ସୋନପୁର, ନୂଆପଡା, ବଲାଙ୍ଗିର ଓ ଦେବଗଡ । ଏହି ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

୨୦ ସେପ୍ଟେମ୍ବରରୁ ୨୧ ସେପ୍ଟେମ୍ବର ଯାଏଁ ୩ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ନବରଙ୍ଗପୁର, ନୂଆପଡା, ବଲାଙ୍ଗିର ଭଳି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି ।