କନକ ବ୍ୟୁରୋ: ଆସନ୍ତା ଦୁଇଦିନ ମଧ୍ୟରେ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ସହିତ କାଳବୈଶାଖୀ ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଅଗଷ୍ଟ ୨୫ରୁ ୨୬ ତାରିଖ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସହିତ ବଜ୍ରପାତର ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଏଥିସହିତ ଏହି ଦିନ ନବରଙ୍ଗପୁର, କଳାହାଣ୍ଡି ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏଯାବତ ଚାନ୍ଦବାଲିରେ ଓ ତାଳଚେରରେ ସର୍ବାଧିକ ତାପମାତ୍ରା ୩୬.୦ ଡିଗ୍ରି ସେଲସିୟସ ରହିଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୮.୫ ଡିଗ୍ରି ସେଲସିୟସ ତାପମାତ୍ରା ରହିଛି। ସେହିପରି ଅଗଷ୍ଟ ୨୬ରୁ ୨୮ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହିତ କାଳବୈଶାଖୀ ସମ୍ଭାବନା ରହିଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)
/kanak/media/post_attachments/wp-content/uploads/2021/07/rainfall-1.jpg)