କନକ ବ୍ୟୁରୋ : ଶୀତୁଆ ପାଗ ଭିତରେ ଆଜିଠୁ ବଦଳିବ ପାଣିପାଗର ମିଜାଜ । କାରଣ ଆଜି ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛିି । ଏହା ପଶ୍ଚିମ-ଉତର-ପଶ୍ଚିମ ଦିଗରେ ଗତି କରିବା ସହ ୧୬ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହା କୁହାଯାଇଛି । ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୧୬ ତାରିଖରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବ । ୧୮ ତାରିଖ ବେଳକୁ ବଦଳିପାରେ ପାଗ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/11/cyclone-mocha.jpg)