କନକ ବ୍ୟୁରୋ : ଚଳିତ ବର୍ଷ ହେବନି ଛାତ୍ର ସଂସଦ ନିର୍ବାଚନ । ରାଜ୍ୟ ସରକାର ଏହି ନିଷ୍ପତି ନେଇଛନ୍ତି । ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ୨୦୨୩-୨୪ ଶିକ୍ଷାବର୍ଷର କ୍ୟାଲେଣ୍ଡାର ଜାରି କରିଛି । ଯେଉଁଥିରେ ନିର୍ବାଚନ ତାରିଖ ବାବଦରେ କୌଣସି ଉଲେଖ ନାହିଁ । ଏବିଭିପି ଓ ଛାତ୍ର କଂଗ୍ରେସ ପକ୍ଷରୁ ଛାତ୍ର ସଂସଦ ନିର୍ବାଚନ କରିବାକୁ ଦାବି ହୋଇଆସୁଛି । ସେପଟେ ନିର୍ବାଚନ ବନ୍ଦ ହେବାରୁ ବଢ଼ୁଛି ଛାତ୍ର ଅଶାନ୍ତି । ବାଣୀବିହାର କ୍ୟାମ୍ପସରେ କ୍ୟାଲେଣ୍ଡର ପୋଡ଼ିଲେ ଛାତ୍ର ।

Advertisment

ନିଷ୍ପତ୍ତିରେ ପରିବର୍ତ୍ତନ ନକଲେ ରାଜ୍ୟବ୍ୟାପି ଆନ୍ଦୋଳନ ହେବ ବୋଲି ଚେତାବନୀ ଦେଇଛନ୍ତି ଛାତ୍ର କଂଗ୍ରେସ ସଭାପତି । ଅନ୍ତିମଥର ପାଇଁ ୨୦୧୭ରେ ଛାତ୍ର ସଂସଦ ନିର୍ବାଚନ ହୋଇଥିଲା । ସେହି ବର୍ଷ ବିଜୁ ଛାତ୍ର ଜନତା ଦଳ ୯୫ ପ୍ରତିଶତ କ୍ୟାମ୍ପସରେ ବିଜୟ ହୋଇଥିବା ଦାବି କରିଥିବା ବେଳେ ଏବିଭିପି ୬୦ ପ୍ରତିଶତ ଓ ଛାତ୍ର କଂଗ୍ରେସ ୬୪ ପ୍ରତିଶତ କ୍ୟାମ୍ପସରେ ବିଜୟ ଲାଭ କରିଥିବା ଦାବି କରିଥିଲେ ।