ପୁଣି କାଳବୈଶାଖୀ ସମ୍ଭାବନା, ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Advertisment
ପୁଣି କାଳବୈଶାଖୀ ସମ୍ଭାବନା, ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କନକ ବ୍ୟୁରୋ : ରାଜ୍ୟରେ ଲଘୁଚାପ ବର୍ଷା ଟିକେ କମିଥିବା ବେଳେ ପୁଣି କିଛି ଜିଲ୍ଲାକୁ କାଳ ବୈଶାଖୀର ଭୟ । ରାଜ୍ୟରେ କିଛି ଜିଲ୍ଲାରେ ଆସନ୍ତା ୨୪ ଘଂଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି । ଏହାସହ ରାଜ୍ୟର କିଛି ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ମଧ୍ୟରେ ରହିଛି ମୟୁରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡା, କୋରାପୁଟ, ମାଲକାନଗିରି, ପୁରୀ, ଖୋର୍ଦ୍ଦା, ନୟାଗଡ, କଟକ ଓ ସୁନ୍ଦରଗଡ ।

ସେହିପରି ସେପ୍ଟେମ୍ବର ୨୫ରୁ ୨୬ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା‌, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ରହିଛି। ସେହିପରି ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଖୋର୍ଧା, ପୁରୀ ଓ ଜଗତସିଂହପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଯାବତ ସମ୍ବଲପୁରରେ ସର୍ବାଧିକ ୩୪.୫ ଡିଗ୍ରି ସେଲସିୟସ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ୨୨.୦ ଡିଗ୍ରି ସର୍ବନିମ୍ନ ତାପମାତ୍ରା ରହିଛି।

ତେବେ ସେପ୍ଟେମ୍ବର ୨୬ରୁ ୨୯ ତାରିଖ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe