ଶୋପିଆନ୍‌ରେ ଏନକାଉଣ୍ଟର : ୩ ଆତଙ୍କବାଦୀ ନିପାତ, କମ୍ବିଂ ଅପରେସନ୍ ଜାରି

81

କନକ ବ୍ୟୁରୋ: ମଙ୍ଗଳବାର ରାତିରେ ଶୋପିଆନ୍ ଜିଲ୍ଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ପ୍ରବଳ ଗୁଳି ବିନିମୟ ହେବାରୁ ୩ ଆତଙ୍କବାଦୀ ନିପାତ ହୋଇଛନ୍ତି ।ଏମାନେ ଜୈଶ-ଏ ମହମ୍ମଦ ସଙ୍ଗଠନର ବୋଲି ଜଣାପଡିଛି ।

ବର୍ତ୍ତମାନ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଜାମ୍ମୁ କାଶ୍ମୀର ଗସ୍ତରେ ଅଛନ୍ତି । କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ବି ଆତଙ୍କବାଦୀମାନେ ସକ୍ରିୟ ଅଛନ୍ତି । ପ୍ରଥମେ ଦକ୍ଷିଣ କାଶ୍ମୀରର ଦ୍ରାସ ଗ୍ରାମରେ ଗୁଳି ବିନିମୟ ଆରମ୍ଭ ହୋଇଥିଲା । ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇବା ପରେ ଯବାନମାନେ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ କରୁଥିବା ବେଳେ ଏହି ଘଟଣା ଘଟିଥିଲା ।