ଆଗାମୀ ୨୪ ଘଣ୍ଟାରେ ଝଡ଼ବର୍ଷା ! ୫୦ରୁ ୬୦ କିଲୋମିଟର ବେଗରେ ବହିପାରେ ପବନ, ଜାଣନ୍ତୁ କେଉଁ କେଉଁ ଜିଲ୍ଲା ପାଇଁ ପାଣିପାଗ ବିଭାଗ ଜାରି କଲା ସର୍ତକ ସୂଚନା

93

କନକ ବ୍ୟୁରୋ : ଅଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାରେ ଝଡ଼଼ବର୍ଷା ହେବାର ସମ୍ଭାବନା ରହିଛି । ଏପରିକି ଏହି ସମୟରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ଏଭଳି ପୂର୍ବାନୁମାନ କରାଯାଇ ସର୍ତକ ସୂଚନା ଜାରି କରାଯାଇଛି ।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଉତ୍ତର ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, ଝାରସୁଗୁଡ଼ା, ଦେବଗଡ଼ ଓ ସମ୍ବଲପୁର ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇପାରେ।ଝଡ଼ିବର୍ଷା ସହ ୫୦ରୁ ୬୦ କିଲୋମିଟର ବେଗରେ ପବନ ମଧ୍ୟ ବହିପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।
ଉପକୂଳ ଓଡ଼ିଶାରେ ପୂର୍ବାହ୍ନରୁ ମଧ୍ୟାହ୍ନ ପର୍ୟ୍ୟନ୍ତ ପ୍ରବଳ ଖରା ଓ ଅସହ୍ୟ ଗରମ ହୋଇଥିଲେ ମଧ୍ୟ ଅପରାହ୍ନ ୪ଟା ପରେ ପାଗରେ ହଠାତ୍ ପରିବର୍ତ୍ତନ ଦେଖାଯାଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ରାତି ୮ଟା ୧୫ ଭିତରେ କାଳବୈଶାଖୀ ହୋଇପାରେ ବୋଲି ଆଶା କରାଯାଉଛି। ଏହି ସମୟରେ ଘଡ଼ଘଡ଼ି ସହ ବର୍ଷା ମଧ୍ୟ ହୋଇପାରେ।

୩ ବେଳକୁ ଉପକୂଳ ଓଡ଼ିଶା ସମେତ କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଜିଲ୍ଲାରେ କାଳବୈଶାଖୀ ହୋଇପାରେ । ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି । ଏଥି ସହ ଏପ୍ରିଲ ୬ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ନ ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।