କମିବ ତାତି, ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା! ସର୍ତକ ରହିବାକୁ ପାଣିପାଗ ବିଭାଗର ସୂଚନା

Advertisment
କମିବ ତାତି, ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା! ସର୍ତକ ରହିବାକୁ ପାଣିପାଗ ବିଭାଗର ସୂଚନା

କନକ ବ୍ୟୁରୋ : କମିବ ତାତି । ରାଜ୍ୟରେ ଆଜି ଓ ଆସନ୍ତାକାଲି କାଳବୈଶାଖୀ ସମ୍ଭାବନା ରହିଛି । ରାଜ୍ୟର ବୌଦ୍ଧ, ବଲାଙ୍ଗୀର, ଅନୁଗୁଳ, ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଆଦି ଜିଲ୍ଲାରେ କାଳବୈଶାଖୀ ସହ ବଜ୍ରପାତ ସମ୍ଭାବନା ରହିଛି ବୋଲି ଗୁରୁବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ।

ଆଜି କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ବାଲେଶ୍ୱର,ଭଦ୍ରକ, ଯାଜପୁର, କଟକ, ନୟାଗଡ଼, ବୌଦ୍ଧ, କନ୍ଧମାଳ ଓ କେନ୍ଦ୍ରାପଡ଼ା ଆଦି ସ୍ଥାନରେ ଗୋଟିଏ କିମ୍ବା ଦୁଇଟି କାଳବୈଶାଖୀ ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ଉପକୂଳ ଓଡ଼ିଶା ତଥା କେନ୍ଦୁଝର, ମୟୁରଭଞ୍ଜ, କନ୍ଧମାଳ ଆଦି ସ୍ଥାନରେ କାଳବୈଶାଖୀ ସମ୍ଭାବନା ଥିବା ବେଳେ ଅନ୍ୟ ସବୁ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ପୁଣି ୨୬ ତାରିଖରେ ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ସ୍ଥାନରେ ଝଡ଼ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ।ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ଝିପଝିପ ବର୍ଷା ହୋଇଥିବା ବେଳେ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଥିଲା ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe