ଆସନ୍ତା ୨୪ ଘଣ୍ଟା ସତର୍କ ରୁହ ୧୯ ଜିଲ୍ଲା ! କାଳବୈଶାଖୀ ଓ ବଜ୍ରପାତ ବିପଦ ନେଇ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ଏସଆରସିଙ୍କ ଚିଠି ।

Advertisment
ଆସନ୍ତା ୨୪ ଘଣ୍ଟା ସତର୍କ ରୁହ ୧୯ ଜିଲ୍ଲା ! କାଳବୈଶାଖୀ ଓ ବଜ୍ରପାତ ବିପଦ ନେଇ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ଏସଆରସିଙ୍କ ଚିଠି ।

କନକ ବ୍ୟୁରୋ: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୯ ଜିଲ୍ଲାକୁ ୱେଲୋ ୱାର୍ଣ୍ଣି ସତର୍କତା ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ରାଜ୍ୟର ୧୯ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବର୍ଷା ହେବାର ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ।

ସତର୍କ ସୂଚନା ଜାରି କରି ସ୍ୱତନ୍ତ୍ର ରିଲିଫ୍ କମିଶନର କହିଛନ୍ତି କି, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବରଗଡ଼, ମାଲକାନଗିରି, ରାୟଗଡ଼ା ଏବଂ କନ୍ଧମାଳ ଭଳି ଜିଲ୍ଲା ଗୁଡ଼ିକରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ଅନ୍ୟପଟେ  କୋରାପୁଟ ରାୟଗଡ଼ା ଏବଂ କନ୍ଧମାଳ ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ସହ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ଉପରୋକ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe