ଆସନ୍ତା ୪ ଦିନ ଯାଏ ଝଡ଼ବର୍ଷା ! ଆଜି ଏହିସବୁ ଜିଲ୍ଲାରେ ବିଜୁଳି, ଘଡଘଡି ସହ ହୋଇପାରେ ବର୍ଷା । ୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Advertisment
ଆସନ୍ତା ୪ ଦିନ ଯାଏ ଝଡ଼ବର୍ଷା ! ଆଜି ଏହିସବୁ ଜିଲ୍ଲାରେ ବିଜୁଳି, ଘଡଘଡି ସହ ହୋଇପାରେ ବର୍ଷା । ୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

କନକ ବ୍ୟୁରୋ: ଆସନ୍ତା ୪/୫ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବ। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାକୁ ଥିବାରୁ ସାବଧାନତା ଅବଲମ୍ବନ କରିବା ପାଇଁ ଲୋକଙ୍କୁ ଅନୁରୋଧ କରାଯାଇଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି।

କେନ୍ଦ୍ରର ନିର୍ଦ୍ଦେଶକ ଏଚ୍.ଆର୍ ବିଶ୍ବାସ କହିଛନ୍ତି ଯେ ଆଜି ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି। ବାଲେଶ୍ବର, ଭଦ୍ରକ, କଟକ, ଜଗତ୍ସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ପୁରୀ, ନୟାଗଡ଼, କୋରାପୁଟ ଓ ରାୟଗଡ଼ାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ସ୍ବଳ୍ପ ବର୍ଷା ହୋଇପାରେ। ତେବେ ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବରର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ୧୦ ତାରିଖ ଦିନ ମଧ୍ୟ ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, କଟକ, କେନ୍ଦୁଝର ଓ ମୟୂରଭଞ୍ଜର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ୧୧ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜର କିଛି କିଛି ସ୍ଥାନରେ ଏବଂ ୧୨ ତାରିଖ ଦିନ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ଏହି ୪ ଦିନ ପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe