କନକ ବ୍ୟୁରୋ : ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିଛି। କିଛି କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି। ଏପରିକି ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଏଭଳି ଖରାଟିଆ ପାଗ ଲାଗି ରହିବ । କିନ୍ତୁ ୨୦ ତାରିଖ ଅପରାହ୍ନ ଆଡ଼କୁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ସେହିପରି ୨୧ ତାରିଖ ଦିନ ସମଗ୍ର ଉପକୂଳ ଜିଲ୍ଲା ସମେତ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ବର୍ଷା ହେବ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବ।
ଏଣୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏଥିସହ ଏବେ ରାଜ୍ୟର ତାପମାତ୍ରାରେ ଏବେ ବିରାଟ ପରିବର୍ତ୍ତନର ଆଶଙ୍କା ନାହିଁ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି। ଅପରପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୪ ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/05/Pierre-Arnold-III-Lakeville-MN-3.jpg)