ଉତ୍ତରପ୍ରଦେଶ, ରାଜସ୍ଥାନ ଓ ମଧ୍ୟପ୍ରଦେଶରେ ବଜ୍ରପାତ ହେତୁ ୬୦ରୁ ଅଧିକ ଜଣଙ୍କ ମୃତ୍ୟୁ । ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦୀ

158

କନକ ବ୍ୟୁରୋ : ଉତ୍ତରପ୍ରଦେଶ, ରାଜସ୍ଥାନ ଓ ମଧ୍ୟପ୍ରଦେଶରେ ପ୍ରବଳ ବର୍ଷା ସହିତ ବଜ୍ରପାତ ହୋଇଛି । ଏହି ବଜ୍ରପାତରେ ଉତ୍ତରପ୍ରଦେଶରେ ୩୮ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ରାଜସ୍ଥାନରେ ୨୦ଜଣଙ୍କ ଓ ମଧ୍ୟପ୍ରଦେଶରେ ୭ଜଣଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟ ରହିଛି। ଏହି ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୃତକଙ୍କ ପରିବାରକୁ ସହାୟତା ଯୋଗାଇ ଦେବାକୁ କହିବା ସହିତ ମୁଖ୍ୟମନ୍ତ୍ରୀ ଯୋଗୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହିତ ବଜ୍ରପାତ ଯୋଗୁଁ ପ୍ରାଣ ହରାଇଥିବା ପରିବାରକୁ ୨ ଲକ୍ଷ ଟଙ୍କା ଏବଂ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆହତଙ୍କୁ ୫୦,୦୦୦ ଟଙ୍କା ସହାୟତା ପ୍ରଦାନ କରାଯିବ ବୋଲି କୁହାଯାଇଛି ।

ଏତଦ ବ୍ୟତୀତ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗହଲେଟ ମୃତକଙ୍କ ପରିବାର ଲୋକଙ୍କୁ ୫-୫ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିଛନ୍ତି । ଜୟପୁରର ଆମେର ପ୍ୟାଲେସ ସମ୍ମୁଖରେ ଥିବା ୱାଚ ଟାୱାରରେ ବଜ୍ରପାତରେ ୧୧ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ପର୍ଯ୍ୟଟକ ସେଲଫି ନେଉଥିବା ସମୟ‌ରେ ଏହି ଅଘଟଣ ଘଟିଥିବା କୁହାଯାଉଛି। ମୃତକଙ୍କ ମଧ୍ୟରେ ଅନେକ ପର୍ଯ୍ୟଟକ ବି ସାମିଲ ଅଛନ୍ତି ।