୧୦ଟି ଜିଲ୍ଲାକୁ ସତର୍କ ଘଣ୍ଟି ! ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କଲା ପାଣିପାଗ କେନ୍ଦ୍ର, କୂଆପଥର ବର୍ଷା ସହ କାଳବୈଶାଖୀ ଥିବା ଆଶଙ୍କା ।

24,008

କନକ ବ୍ୟୁରୋ: ଆସନ୍ତା ୨୪ଘଣ୍ଟା ମଧ୍ୟରେ ବଜ୍ରପାତ ନେଇ ପୂର୍ବାନୁମାନ କରି ୧୦ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ । ୨୪ଘଣ୍ଟା ମଧ୍ୟରେ ୧୩ଟି ଜିଲ୍ଲାରେ ବଜ୍ରପାତ ଓ କୁଆପଥର ମାଡ଼ ଆଶଙ୍କା ନେଇ ରବିବାର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ,ଢ଼େଙ୍କାନାଳ, କନ୍ଧମାଳ, ନୟାଗଡ଼, ଗଞ୍ଜାମ, କଟକ, ଖୋର୍ଦ୍ଧା ଆଦି ଜିଲ୍ଲାର ରହିଛି। ଏଥିସହିତ ଏସବୁ ଜିଲ୍ଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ୪୦ରୁ ୫୦କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, କନ୍ଧମାଳ, ଢ଼େଙ୍କାନାଳ ଓ ଯାଜପୁର ଆଦି ଜିଲ୍ଲାରେ କୁଆପଥର ମାଡ଼ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସେହିପରି ଆସନ୍ତା ୨୪ଘଣ୍ଟା ମଧ୍ୟରେ ବିଜୁଳି ଓ ଘଡ଼ଘଡ଼ି ଆଶଙ୍କା ନେଇ ସୁନ୍ଦରଗଡ଼, ସମ୍ବଲପୁର,ଦେଓଗଡ଼,ବଲାଙ୍ଗୀର,ବୌଦ୍ଧ, ସୋନପୁର, ରାୟଗଡ଼ା, ଗଜପତି, କୋରାପୁଟ ଓ କଳାହାଣ୍ଡି ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଉପରୋକ୍ତ ଜିଲ୍ଲାରେ ୩୦ରୁ ୪୦କିମି ବେଗରେ ପବନ ବହିବାର ବି ସମ୍ଭାବନା ରହିଛି ।