ସନ୍ଧ୍ୟା ସୁଦ୍ଧା ୧୨ଟି ଜିଲ୍ଲାରେ ଘଡ଼ଘଡ଼ି ସହ କାଳବୈଶାଖୀ ସମ୍ଭାବନା, ସତର୍କ ସୂଚନା ଜାରିକଲା ପାଣିପାଗ କେନ୍ଦ୍ର ।

409

କନକ ବ୍ୟୁରୋ: ରାଜ୍ୟର ୧୨ଟି ଜିଲ୍ଲାକୁ ଘଡଘଡି ସହ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ରାତି ୭ଟା ୩୦ ମିନିଟ୍ ମଧ୍ୟରେ ରାଜ୍ୟର ୧୨ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- କେରାପୁଟ, ରାୟଗଡ଼ା, ଯାଜପୁର, ବାଲେଶ୍ୱର, ନୟାଗଡ଼, ସୁନ୍ଦରଗଡ଼, ଦେବଗଡ଼, ଢେଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

ସେହିପରି ରାଜ୍ୟର କିଛି ସ୍ଥାନରେ ମଧ୍ୟ ବର୍ଷା ମଧ୍ୟ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ମିଳିଛି । ଅନ୍ୟପଟେ ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଲୋକମାନଙ୍କୁ ଆଗୁଆ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅନ୍ୟପଟେ ଆଜି ମଧ୍ୟ ରାଜ୍ୟ ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । କିନ୍ତୁ ଗତକାଲି ଭଳି ଆଜି ମଧ୍ୟ ରାଜ୍ୟର ୧୨ଟି ସ୍ଥାନରେ କାଳବୈଶାଖୀ ସହ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି ।