ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସହ ବଜ୍ରପାତ ସମ୍ଭାବନା । ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

445

କନକ ବ୍ୟୁରୋ : ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲା‌ରେ ବର୍ଷା ସମ୍ଭାବନା ରହିଛି । ଏଥି ସହିତ ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ବି ରହିଛି । ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

ସେହିପରି କାଳବୈଶାଖୀ ଓ ବଜ୍ରପାତ ଆଶଙ୍କା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ,ବାଲେଶ୍ବର, ଭଦ୍ରକ, ଯାଜପୁର, ଦେବଗଡ଼, କଳାହାଣ୍ଡି ଓ କନ୍ଧମାଳ ରହିଛି । ଏହି ସମୟରେ ୩୦ରୁ ୪୦କିମି ବେଗରେ ପବନ ବହିବାର ବି ସମ୍ଭାବନା ରହିଛି ।

ଆସନ୍ତା ୨୧ରୁ ୨୨ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, ବୌଦ୍ଧ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଏଥିସହିତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା‌, ନୟାଗଡ଼, ଗଞ୍ଜାମ, ଗଜପତି,କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, ବୌଦ୍ଧ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ସମ୍ଭାବନାକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।