ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ଆଶଙ୍କା । ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

344

କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ବର୍ଷା ବଜ୍ରପାତ ଆଶଙ୍କା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, କଳାହାଣ୍ଡି, ନୂଆପଡ଼ା, କଟକ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ବଜ୍ରପାତ ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କୋରାପୁଟ, କଟକ, କେନ୍ଦ୍ରାପଡ଼ା, ମାଲକାନଗିରି, ଗଜପତି, ରାୟଗଡ଼ା, ନୂଆପଡ଼ା, କଳାହାଣ୍ଡି, ଗଞ୍ଜାମ ଓ ନବରଙ୍ଗପୁର ଆଦି ରହିଛି । ଏଥିସହିତ ୧୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ବର୍ତ୍ତମାନ ସୁଦ୍ଧା ଭବାନିପାଟଣାରେ ସର୍ବାଧିକ ୩୮.୫ ଡିଗ୍ରି ସେଲସିୟସ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ୧୭ଡିଗ୍ରି ତାପମାତ୍ରା ରହିଛି । ତେବେ ଗତ କିଛିଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସହିତ ବର୍ଷା ବି ହେଉଥିବା ଦେଖିବାକୁ ମିଳିଛି ।

Comments are closed.