ଆଗାମୀ ୩ଦିନ ଯାଏଁ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା । ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରାଇଲା ପାଣିପାଗ ବିଭାଗ ।

2,585

କନକ ବ୍ୟୁରୋ: ଆଗାମୀ ୩ଦିନ ଯାଏଁ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୁବର୍ଣ୍ଣପୁର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ । ଉକ୍ତ ଜିଲ୍ଲାଗୁଡ଼ିକୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

୧୬ରୁ ୧୭ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ନୟାଗଡ଼ ଓ କନ୍ଧମାଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ୧୭ରୁ ୧୮ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ଖୋର୍ଦ୍ଧା, ମୟୂରଭଞ୍ଜ, କଟକ, ନୟାଗଡ଼, ପୁରୀ, ଗଞ୍ଜାମ, କନ୍ଧମାଳ ଓ ବୌଦ୍ଧ ଆଦି ଜିଲ୍ଲାର  ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଯାବତ ରାଜ୍ୟର ସମ୍ବଲପୁରରେ ୩୪.୫ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ୧୮.୦ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।