ରାଜ୍ୟର ୧୦ରୁ ଅଧିକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା । ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କଲା ପାଣିପାଗ ବିଭାଗ।

Advertisment
ରାଜ୍ୟର ୧୦ରୁ ଅଧିକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା । ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କଲା ପାଣିପାଗ ବିଭାଗ।

କନକ ବ୍ୟୁରୋ : ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଅଧିକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ରହିଛି।  ଏହି ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି।

ସେହିପରି ଅକ୍ଟୋବର ୬ରୁ ୭ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଯାବତ ରାଜ୍ୟର ବୌଦ୍ଧରେ ସର୍ବାଧିକ ୩୬.୦ ଡିଗ୍ରି ସେଲସିୟସ ତାପମାତ୍ରା ରହିଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୨୨.୭ ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe