ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଅଧିକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା । ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

202

କନକ ବ୍ୟୁରୋ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଅଧିକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ପ୍ରକାଶ ପାଇଁଛି । ତେବେ ଏଥିରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ମୟୁରଭଞ୍ଜ, ମାଲକାନଗିରି, କୋରାପୁଟ, ଖୋର୍ଦ୍ଧା, ପୁରୀ, କନ୍ଧମାଳ ଓ ନୟାଗଡ଼ ରହିଛି । ଏହି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି ବୋଲି କୁହାଯାଇଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପଟେ ୨୬ରୁ ୨୭ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ,ସମ୍ବଲପୁର,ବରଗଡ଼, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଓ ବୌଦ୍ଧ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଏଥିସହିତ ୨୭ରୁ ୩୦ ତାରିଖ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଯାବତ ଚାନ୍ଦବାଲିରେ ସର୍ବାଧିକ ୩୩.୭ଡିଗ୍ରି ସେଲସିୟସ ତାପମାତ୍ରା ରହିଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୯.୦ ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।