୨୪ ଘଣ୍ଟା ମଧ୍ୟରେ ୧୩ ଜିଲ୍ଲାକୁ କାଳବୈଶାଖୀ ଭୟ, କୁଆପଥର ବର୍ଷା ସମ୍ଭାବନା । ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ।

Advertisment
୨୪ ଘଣ୍ଟା ମଧ୍ୟରେ ୧୩ ଜିଲ୍ଲାକୁ କାଳବୈଶାଖୀ ଭୟ, କୁଆପଥର ବର୍ଷା ସମ୍ଭାବନା । ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ।

କନକ ବ୍ୟୁରୋ :  ରାଜ୍ୟର ଗତ ଚାରିଦିନ ଧରି ଲାଗି ରହିଥିବା କାଳବୈଶାଖୀର ପ୍ରଭାବ ଆଜି ବି ଜାରି ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଆଭ୍ୟନ୍ତର, ଉତ୍ତର, ଦକ୍ଷିଣ ଓ ଉପକୂଳର ୧୩ଟି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଜାରି ସତର୍କ ସୂଚନା ମତାବକ ଆଜି ଅପରାହ୍ନ ୧ଟା ୩୦ରୁ ଆସନ୍ତାକାଲି ବୁଧବାର ସକାଳ ୮ଟା ୩୦ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ।

ସେହିପରି ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ପ୍ରଭୃତି ୮ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସହ ପବନର ବେଗ ୩୦-୪୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ଏଥିସହ ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ଏହିପରି ବର୍ଷା ଓ କାଳବୈଶାଖୀ ସମ୍ଭାବନା ରହିଥିବା କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe