ଗତ ୨୪ ଘଣ୍ଟାରେ ୨୦ ଜିଲ୍ଲାରେ ହୋଇପାରେ ବର୍ଷା ପବନ ଓ ଘୂର୍ଣ୍ଣିଝଡ଼, ସତର୍କ କଲା ପାଣିପାଗ ବିଭାଗ ।

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଘୂର୍ଣ୍ଣିବଳୟ । ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ।

କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ଆଜି ଅପରାହ୍ନରୁ ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ୨୦ଟି ଜିଲ୍ଲାରେ ବର୍ଷା ପବନ ଓ ବଜ୍ରପାତ ସହ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ବା ହଳଦିଆ ଚେତାବନୀ ଜାରି କରାଯାଇଛି।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଅନୁଗୁଳ, ଢ଼େଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାର ଅଧିକାଂଶ ସ୍ଥାନରେ ବର୍ଷା ପବନ ସହ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି।

ସେହିପରି ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ଢ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ ଓ କାଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ଘୂର୍ଣ୍ଣିଝଡ଼ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe