Storm Flash Thunderstorm Flash Of Lightning
କନକ ବ୍ୟୁରୋ : ରାଜ୍ୟର ଅଧିକାଂଶ ସ୍ଥାନରେ ଗତ ତିନିଦିନ ଧରି କାଳବୈଶାଖୀ ଜନିତ ବର୍ଷା ଲାଗିରହିଛି। କାଳବୈଶାଖୀ ଜନିତ ବର୍ଷା ପ୍ରଭାବରେ ରାଜ୍ୟବାସୀ ଅସହ୍ୟ ତାତିରୁ ଆଶ୍ୱସ୍ତି ପାଇଛନ୍ତି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପଶ୍ଚିମ, ଆଭ୍ୟନ୍ତର, ଦକ୍ଷିଣ ଓ ଉପକୂଳର ୨୧ଟି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ଜାରି ସତର୍କ ସୂଚନା ମତାବକ ଆଜି (ସୋମବାର) ଅପରାହ୍ନ ୧ଟା ୩୦ଘଣ୍ଟା ମଧ୍ୟରୁ ଆସନ୍ତାକାଲି ମଙ୍ଗଳବାର ସକାଳ ୮ଟା୩୦ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ଼, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ।
ସେହିପରି ଏହି ସମୟ ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି, ଗଞ୍ଜାମ, ନୟାଗଡ଼, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସହ ପବନର ବେଗ ୩୦-୪୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୧୧ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।
ଏଥିସହ ୧୨ରୁ ୧୫ ତାରିଖ ପର୍ୟ୍ୟନ୍ତ ସମଗ୍ର ରାଜ୍ୟରେ ଏହିପରି ବର୍ଷା ଓ କାଳବୈଶାଖୀ ସମ୍ଭାବନା ରହିଥିବା କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।
Follow Us