ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା । ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସହ ବର୍ଷା ସମ୍ଭାବନା

4,041

କନକ ବ୍ୟୁରୋ : ଗୋଟେପଟେ ସାମୁଦ୍ରିକ ଝଡ ତୌକାତେ ଦେଶର ୬ ଟି ରାଜ୍ୟରେ ତାଣ୍ଡବ ମଚାଇବ ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଥିବା ବେଳେ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ମୁତାବକ ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସହ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ।

ସୂଚନା ମୁତାବକ ରାଜ୍ୟରେ କାଳବୈଶାଖୀର ସମ୍ଭାବନା ଥିବା ଜିଲ୍ଲାମାନଙ୍କ ମଧ୍ୟରେ ରହିଛି ଗଜପତି, ମାଲକାନଗିରି, ରାୟଗଡା, କୋରାପୁଟ, ସୁନ୍ଦରଗଡ, ନବରଙ୍ଗପୁର, ମୟୁରଭଞ୍ଜ । ଏହି ଜିଲ୍ଲା ମାନଙ୍କ ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ସେହିପରି ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି,ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ବାକି ସ୍ଥାନମାନଙ୍କରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଆଗାମୀ ୫ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆଜି ସୁଦ୍ଧା ମାଲକାନଗିରିରେ ସର୍ବାଧିକ ତାପମାତ୍ରା ୪୦ଡିଗ୍ରି ଥିବା ବେଳେ ଫୁଲବାଣୀରେ ୧୮.୫ଡିଗ୍ରି ସର୍ବନିମ୍ନ ତାପମାତ୍ରା ରହିଛି।