କନକ ବ୍ୟୁରୋ: ସନ୍ଧ୍ୟାସୁଦ୍ଧା ୯ଟି ଜିଲ୍ଲାକୁ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ସନ୍ଧ୍ୟା ୬ଟା ମଧ୍ୟରେ ରାଜ୍ୟର ୯ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ମାଲକାନଗିରି, କୋରାପୁଟ, ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି, ସୁନ୍ଦରଗଡ଼ ସମ୍ବଲପୁର ଏବଂ ମୟୂରଭଞ୍ଜ ଭଳି ଜିଲ୍ଲା ଗୁଡ଼ିକୁ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

Advertisment

publive-imageସେପଟେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ଢ଼େଙ୍କାନାଳ, ଭଦ୍ରକ, କେନ୍ଦ୍ରାପଡ଼ା,ବାଲେଶ୍ୱର ଓ ମୟୁରଭଞ୍ଜ ଆଦି ରହିଛି। ଏହି ଜିଲ୍ଲାର ବାସିନ୍ଦାଙ୍କୁ ବଜ୍ରପାତ ସମୟରେ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ପୁଣି ରାଜ୍ୟରେ ୩ରୁ ୪ ତାରିଖ ମଧ୍ୟରେ ବଜ୍ରପାତ ଆଶଙ୍କା ରହିଛି। ଏହାକୁ ନେଇ ନବରଙ୍ଗପୁର, କଳାହାଣ୍ଡି,ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡା, ଦେବଗଡ଼, କେନ୍ଦୁଝର,ମୟୁରଭଞ୍ଜ, ପୁରୀ, ଜଗତସିଂହପୁର ଓ ଖୋର୍ଦ୍ଧା ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୩ରୁ ୪ ତାରିଖ ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ନବରଙ୍ଗପୁର, ନୂଆପଡ଼ା,ବରଗଡ଼ ଓ ସୁନ୍ଦରଗଡ଼ ଆଦି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।