ମଧ୍ୟପ୍ରଦେଶ ଫେରିଯିବ ବାଘୁଣୀ ସୁନ୍ଦରୀ । ମଧ୍ୟପ୍ରଦେଶ ବନ ବିଭାଗ ପକ୍ଷରୁ ପ୍ରକ୍ରିୟା ଆରମ୍ଭ

113

କନକ ବ୍ୟୁରୋ: ମଧ୍ୟପ୍ରଦେଶ ଫେରିଯିବ ବାଘୁଣୀ ସୁନ୍ଦରୀ । ସୁନ୍ଦରୀକୁ ମଧ୍ୟପ୍ରଦେଶ ଫେରାଇ ନେବା ପାଇଁ ମଧ୍ୟପ୍ରଦେଶ ବନ ବିଭାଗ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି । ଏନେଇ ଓଡ଼ିଶା ପିସିସିଏପ୍ ହରିଶଙ୍କର ଉପାଧ୍ୟାୟ ସୂଚନା ଦେଇଛନ୍ତି ।

ବାଘୁଣୀ ସୁନ୍ଦରୀକୁ ମଧ୍ୟପ୍ରଦେଶ ନିଆଯାଇ ସେଠାରେ କାହ୍ନା ଅଭୟାରଣ୍ୟରେ ରଖାଯିବ । ସେଠାରେ ତାର ଜଙ୍ଗଲୀ ସ୍ୱଭାବକୁ ଫେରାଇ ଆଣିବାକୁ ପ୍ରୟାସ କରାଯିବ ବୋଲି କୁହାଯାଇଛି । ଦୁଇ ବର୍ଷ ତଳେ ସୁନ୍ଦରୀକୁ ସାତକୋଶିଆ ଅଭୟାରଣ୍ୟରେ ଛଡ଼ା ଯାଇଥିଲା । ହେଲେ ସେଠାରେ ତାର ରହିବାକୁ ନେଇ ବିବାଦ ଦେଖା ଦେଇଥିଲା । ଏହାପରେ ମଧ୍ୟପ୍ରଦେଶ ହାଇକୋର୍ଟ ବାଘୁଣୀ ସୁନ୍ଦରୀକୁ କାହ୍ନା ଅଭୟାରଣ୍ୟକୁ ନେବାକୁ ନିର୍ଦ୍ଦେଶ ଦେଇଥିଲେ । ଯାହା ପରେ ଏବେ ସୁନ୍ଦରୀକୁ ଫେରାଇ ନେବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି ।