ରାଜ୍ୟରେ ସ୍ୱାଭାବିକଠାରୁ ଅଧିକ ଦିନ ତାପମାତ୍ରା । ୩୬ ଡିଗ୍ରୀ ଉପରେ ଟିଟିଲାଗଡ଼ ଓ ଭବନୀପାଟଣାର ପାରଦ

150

କନକ ବ୍ୟୁରୋ : ରାଜ୍ୟରେ ସ୍ୱାଭାବିକଠାରୁ ଅଧିକ ଦିନ ତାପମାତ୍ରା । ଟିଟିଲାଗଡ଼ ଓ ଭବନୀପାଟଣାରେ ତାପମାତ୍ରା ୩୬ ଡିଗ୍ରୀ ପାର କରିଛି । ବଲାଙ୍ଗୀର ଓ ଝାରସୁଗୁଡ଼ାରେ ପାରଦ ୩୫ ଡିଗ୍ରୀ ଉପରେ ରହୁଛି । ରାତିରେ ସର୍ବନିମ୍ନ ତାପମାତ୍ରା କୋରାପୁଟରେ ୧୨ ଦଶମିକ ୨ ଡିଗ୍ରୀ ରେକର୍ଡ କରାଯାଇଛି ।

ଅଧିକାଂଶ ସହରର ତାପମାତ୍ରା ୨୦ ଡିଗ୍ରୀ ଟପିଯାଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଗକୁ ଦିନ ଓ ରାତି ତାପମାତ୍ରା ଆହୁରି ବଢିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର । ପଶ୍ଚିମାଝଡ଼ ପ୍ରଭାବରେ ୨୨ ତାରିଖରୁ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି