ଇମ୍ରାନ ଖାନଙ୍କୁ ଗୁଳିମାଡ଼ : ପିଟିଆଇର ବିକ୍ଷୋଭ ପରେ ସ୍ଥିତି ନିୟନ୍ତ୍ରଣ ପାଇଁ ଇସଲାମାବାଦରେ ଲକଡାଉନ

296

କନକ ବ୍ୟୁରୋ : ପାକିସ୍ତାନରେ ଇମ୍ରାନ ଖାନଙ୍କୁ ଗୁଳିମାଡ଼ ପରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି । ଇମ୍ରାନଙ୍କ ସମର୍ଥକ ମାନେ ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି । ସ୍ଥିତି ଅଣାୟତ ହୋଇପଡ଼ିଥିବା ବେଳେ ଇସଲାମାବାଦରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଲକଡାଉନ ଘୋଷଣା କରାଯାଇଛି । ସହବାଜ ସରକାରଙ୍କ ସୁପାରିଶ ଅନୁସାରେ ଏହି ସମ୍ପୂର୍ଣ୍ଣ ଅଞ୍ଚଳ ସିଲ୍ କରିଦିଆଯାଇଛି ।

ସରକାର ବିରୋଧୀ ପ୍ରଦର୍ଶନ ବେଳେ ଇମ୍ରାନ ଖାନଙ୍କୁ ଗୁଳିମାଡ଼ ପରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି । ଇମ୍ରାନଙ୍କ ଗୋଡ଼ରେ ଗୁଳି ବାଜିଥିବା ବେଳେ ସେ ଏବେ ଲାହୋର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ତେବେ ଇମ୍ରାନ ବିପଦମୁକ୍ତ ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି । ଅନ୍ୟପକ୍ଷରେ ଏହି ଆକ୍ରମଣରେ ଇମ୍ରାନଙ୍କ ଜଣେ ସହଯୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୧୨ ଜଣ ସହଯୋଗୀ ଆହତ ହୋଇଛନ୍ତି । ପାକିସ୍ତାନର ପଞ୍ଜାବ ପ୍ରଦେଶର ୱାଜିରାବାଦରେ ଏକ ରାଲି ବେଳେ ଇମ୍ରାନଙ୍କ ଉପରକୁ ଗୁଳିମାଡ଼ ହୋଇଥିଲା । ଗୁଳି ଚଳାଇଥିବା ବ୍ୟକ୍ତିକୁ ଗିରଫ କରାଯାଇଛି । ଗୁଳିକାଣ୍ଡ ପରେ ରାଜନୀତି ତେଜିଛି ।

ଏହି ଗୁଳିମାଡ଼ ପଛରେ ତିନି ଜଣ ଥିବା ଇମ୍ରାନଙ୍କ ଦଳ ପାକିସ୍ତାନ ତେହେରିକ୍-ଇ-ଇନସାଫ, ପିଟିଆଇ ପକ୍ଷରୁ କୁହାଯାଇଛି । ପିଟିଆଇର ଜଣେ ବରିଷ୍ଠ ନେତା କହିଛନ୍ତି ଯେ, ଏହି ଗୁଳିକାଣ୍ଡ ପଛରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ, ଆଭ୍ୟନ୍ତରୀଣ ମନ୍ତ୍ରୀ ରାଣା ସନଉଲ୍ଲାହା ଓ ଜଣେ ଆର୍ମି ଜେନେରାଲ ମିଆଁ ଅସଲାମ ଇକବାଲ ଥିବା ପିଟିଆଇ ଅଭିଯୋଗ କରିଛି । ଏହାସହ ଏହି ତିନି ଜଣ ତୁରନ୍ତ ନିଜ ପଦ ଛାଡ଼ନ୍ତୁ ବୋଲି ଇମ୍ରାନଙ୍କ ଦଳ ଦାବି କରିଛି ।