୨୦୧୯ ସାଧାରଣ ନିର୍ବାଚନ ପାଇଁ ଆରମ୍ଭ ହୋଇଗଲାଣି ରାଜନୈତିକ ଅଙ୍କକଷା । ନିର୍ବାଚନ ଯେତିକି ପାଖେଇ ପାଖେଇ ଆସୁଛି, ବିଭିନ୍ନ ରାଜନୈତିକ ଦଳ ଗୁଡିକ ମଧ୍ୟରେ ସେତିକି ଉଷ୍ମତା ପରିଲକ୍ଷିତ ହେଉଛି । ବିଶେଷ କରି ଯଦି ଓଡିଶା ରାଜନୀତି ଉପରେ ନଜର ପକାଇବା, ତେବେ ବିଜେଡି, ବିଜେପି ଏବଂ କଂଗ୍ରେସ ମଧ୍ୟରେ ଆରମ୍ଭ ହୋଇଗଲାଣି ବଳ କଷାକଷି । ଆଉ ଏହାରି ମଧ୍ୟରେ ଓଡିଶା ରାଜନୀତିରେ ଆସିଛି ଏକ ବଡ ଖବର ।
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱରେ ପରିଚାଳିତ ତୃଣମୂଳ କଂଗ୍ରେସ ଆସନ୍ତା ଲୋକସଭା ନିର୍ବାଚନରେ ଓଡ଼ିଶାରେ ପ୍ରାର୍ଥୀ ଦେବ ବୋଲି ଜଣାପଡ଼ିଛି। ତୃଣମୂଳ କଂଗ୍ରେସ ସାଂସଦ ଡାରେକ ଓ ବ୍ରେନ୍ ରବିବାର ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖୁବ୍ ଶୀଘ୍ର ଏ ନେଇ ଦଳ ପକ୍ଷରୁ ପ୍ରାର୍ଥୀ ତାଲିକା ଘୋଷଣା କରାଯିବ। କେନ୍ଦ୍ରରେ ଭାରତୀୟ ଜନତା ପାର୍ଟି ଦ୍ୱାରା ପରିଚାଳିତ ସରକାରକୁ ଗାଦିଚ୍ୟୁତ କରିବା ଆମର ଲକ୍ଷ୍ୟ ବୋଲି ଟିଏମ୍ସି ସାଂସଦ କହିଛନ୍ତି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2019/01/Elections-6.jpg)