ଭୁବନେଶ୍ୱରରେ ମାଡି ଚାଲିଛି ଭୂତାଣୁ । ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୧,୦୪୧କରୋନା ଆକ୍ରାନ୍ତ । ସେପଟେ ସୁସ୍ଥ ହେଲେ ୯୪୧ ଜଣ  

ଭୁବନେଶ୍ୱରରେ ମାଡି ଚାଲିଛି ଭୂତାଣୁ । ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୧,୦୪୧କରୋନା ଆକ୍ରାନ୍ତ । ସେପଟେ ସୁସ୍ଥ ହେଲେ ୯୪୧ ଜଣ  

କନକ ବ୍ୟୁରୋ: ଭୁବନେଶ୍ୱରକୁ ଡରାଉଛି କରୋନା ଭୂତାଣୁ । ଆଜି ଗୋଟିଏ ଦିନରେ ଚିହ୍ନଟ ହୋଇଛନ୍ତି ୧,୦୪୧ କରୋନା ଆକ୍ରାନ୍ତ । କ୍ୱାରାଣ୍ଟାଇନ ସେଣ୍ଟରୁ ୧୫୧ ଜଣ ଚିହ୍ନଟ ହୋଇଥିବା ବେଳେ ୮୯୦ ଲୋକାଲ କେସ ଚିହ୍ନଟ ହୋଇଛନ୍ତି । ସେହିପରି ୯୪୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଭୁବନେଶ୍ୱରର ମଞ୍ଚେଶ୍ୱର, ରସୁଲଗଡ, ହଂସପାଳ, ପାହାଳ, ସହିଦ ନଗର, ସତ୍ୟନଗର, ଝାରପଡା, ଖଣ୍ଡଗିରି, ପଟିଆ, ଜୟଦେବ ବିହାର, ନୟାପଲ୍ଲୀ, କଳ୍ପନା, ବମିଖାଲ, ବରମୁଣ୍ଡା, ଚିନ୍ତାମଣିଶ୍ୱର, ଏଜି କଲୋନୀ, ପଳାସପଲ୍ଲୀ, ପୋଖରୀପୁଟ, ଶୈଳଶ୍ରୀବିହାର, ସାମନ୍ତରାପୁର ଆଦି ଅଞ୍ଚଳରୁ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ଭୁବନେଶ୍ୱରରେ ୬୮,୯୯୭ରେ ପହଞ୍ଚିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସେହିପରି ୫୫,୮୧୦ ଜଣ ସୁସ୍ଥ ହୋଇ ଘରକୁ ଫେରଛନ୍ତି । ଆହୁରି ୧୨,୮୫୨ କରୋନା ପଜିଟିଭ ଭୁବନେଶ୍ୱରରେ ସକ୍ରିୟ ରହିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe