କନକ ବ୍ୟୁରୋ : ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି କରୋନା ମହାମାରୀ । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଂଟାରେ ରାଜ୍ୟରେ ସର୍ବାଧିକ୨୯୨୪ ନୂଆ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ୧୦ ଜଣଙ୍କର ମୃତ୍ୟୁ ଘଟିଛି । ଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୪୩ କୁ ବୃଦ୍ଧି ପାଇଛି ।
ଆଜି ରାଜ୍ୟରେ ୩୦ ଜିଲ୍ଲାରୁ ୨୯୨୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦ ଜଣଙ୍କର ଜୀବନ ନେଇଛି କରୋନା ମହାମାରୀ । ତେବେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ବି ସମାନ ସ୍ଥିତିରେ ବଢିବାରେ ଲାଗିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/08/23-750x430-1.jpg)