କନକ ବ୍ୟୁରୋ : ରାଜ୍ୟରେ ଆଜି ପୁଣି ୧୩୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏମାନଙ୍କ ଭିତରୁ ୨ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୩୪ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୪ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଆଜି କେନ୍ଦୁଝର ଜିଲ୍ଲାରୁ ୮, ଝାରସୁଗୁଡାରୁ ୪, ଖୋର୍ଦ୍ଧାରୁ୧୭, ଢେଙ୍କାନାଳରୁ ୩, କଟକରୁ୭, କେନ୍ଦ୍ରାପଡ଼ାରୁ୧, ନୂଆପଡ଼ାରୁ ୨, ଗଜପତିରୁ ୭, କନ୍ଧମାଳରୁ୧୫, କଳାହାଣ୍ଡିରୁ୨, ଗଞ୍ଜାମରୁ ୩, ପୁରୀରୁ ୩, ମୟୂରଭଞ୍ଜରୁ ୯ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଏବେ ରାଜ୍ୟରେ ମୋଟ୍ ୨୨୮୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୯୨ ରହିଛି। ଅପରପକ୍ଷରେ ୯ ଜଣଙ୍କର ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ତିନି ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/06/19-7.jpg)