ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିବାର ଶେଷ ଦିନ । ଦ୍ୱିତୀୟ ପର୍ଯ୍ୟାୟରେ ୫ ଲୋକସଭା ଓ ୩୫ ବିଧାନସଭା ଆସନରେ ହେବ ନିର୍ବାଚନ

ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିବାର ଶେଷ ଦିନ

47

କନକ ବ୍ୟୁରୋ : ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିବାର ଶେଷ ଦିନ । ଦ୍ୱିତୀୟ ପର୍ଯ୍ୟାୟରେ ହେବାକୁ ଥିବା ୫ଟି ଲୋକସଭା ଓ ୩୫ଟି ବିଧାନସଭା ଆସନ ପାଇଁ ଆଜି ନାମାଙ୍କନର ଶେଷ ଦିନ । ଏପ୍ରିଲ ୧୮ରେ ଏହି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ ।

ତେବେ ଦ୍ୱିତୀୟ ପର୍ଯ୍ୟାୟରେ ରହିଛି ବରଗଡ, ବଲାଙ୍ଗୀର, କନ୍ଧମାଳ, ସୁନ୍ଦରଗଡ ଓ ଆସିକା ଲୋକସଭା ଓ ଏହିସବୁ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ବିଧାନସଭା ନିର୍ବାଚନ ମଣ୍ଡଳୀ ।