ଆଜିି ପବିତ୍ର ଅକ୍ଷୟ ତୃତୀୟା । ଅଖିମୁଠି ଅନୁକୂଳ କରିବେ ଚାଷୀ । ଏଥିପାଇଁ ତତ୍ପର ଚାଷୀକୂଳ ।

221

କନକ ବ୍ୟୁରୋ: ଆଜି ପବିତ୍ର ଅକ୍ଷୟ ତୃତୀୟା । ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟାକୁ ଅକ୍ଷୟ ତୃତୀୟା କୁହାଯାଏ । ଓଡ଼ିଆ ପରମ୍ପରା ଅନୁସାରେ ବୈଶାଖ ମାସରେ ଏହି ପୂଜା ପଡ଼ିଥାଏ । ଆଜିର ଏହି ଦିବ୍ୟ ମୁହୂର୍ତରେ କୌଣସି କାମ କଲେ, ତାହା ନିଶ୍ଚିତ ଶୁଭଙ୍କର ବୋଲି ବିଶ୍ୱାସ ରହିଛି । ବିଶେଷକରି ଜଗନ୍ନାଥ ସଂସ୍କୃତି ସହ ଜଡ଼ିତ ଏହି ପର୍ବ ପ୍ରତିଟି ଓଡ଼ିଆଙ୍କ ଆସ୍ଥାର ପ୍ରତୀକ ବୋଲି କୁହାଯାଏ । ଆଜିର ଦିନରେ ଚାଷୀ ଅଖିମୁଠି ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ କରିଥାଏ । ତେଣୁ ଏହାକୁ କୃଷିଭିତିକ ପର୍ବ ବା କୃଷକଙ୍କ ପର୍ବ ବୋଲି କୁହାଯାଏ ।

କୃଷକମାନେ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ଏହାର ପାଳନ କରିଥାନ୍ତି । ଚାଷୀମାନେ କ୍ଷେତରେ ମୁଠାମୁଠା ବିହନ ବୁଣିଥାନ୍ତି, ଯାହାକୁ ଅଖିମୁଠି କହିଥାନ୍ତି । ଆଉ ଆଜିଠାରୁ ଚାଷ କାମ ଆରମ୍ଭ ହୋଇଥାଏ । ସବୁ କାମର ଅନୁକୂଳ ପାଇଁ ଏହି ଦିନଟି ବେଶ୍ ଭଲ ଓ ଶୁଭ ହୋଇଥିବାରୁ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ଆଦି ଶୁଭକର୍ମ ଅନୁଷ୍ଠିତ ହୋଇଥାଏ ।