ଆଡପ ମଣ୍ଡପରେ ଆଜି ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ । ବାହୁଡା ପ୍ରସ୍ତୁତି ପାଇଁ ସନ୍ଧ୍ୟା ୭ରୁ ଦର୍ଶନ ବନ୍ଦ

ଆଡପ ମଣ୍ଡପରେ ଆଜି ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ । ବାହୁଡା ପ୍ରସ୍ତୁତି ପାଇଁ ସନ୍ଧ୍ୟା ୭ରୁ ଦର୍ଶନ ବନ୍ଦ
କନକ ବ୍ୟୁରୋ : ଆଜି ଜନ୍ମବେଦୀରେ ମହାପ୍ରଭୁଙ୍କ ସଂଧ୍ୟା ଦର୍ଶନ। ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିଥିବା ମହାପ୍ରଭୁଙ୍କ ଜନ୍ମବେଦୀରେ ଏହା ଶେଷ ଦର୍ଶନ। ଏହା ପରେ ମହାପ୍ରଭୁ ବାହୁଡ଼ା ଯାତ୍ରାରେ ବାହାରିବେ। ପ୍ରତିବର୍ଷ ସଂଧ୍ୟା ଦର୍ଶନରେ ଭକ୍ତଙ୍କ ପ୍ରବଳ ସମାଗମ ହେଉଥିବାରୁ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସିଂହଦ୍ୱାର ବାଟେ ଭକ୍ତମାନେ ପ୍ରବେଶ କରି ମହାପ୍ରଭୁଙ୍କ ସଂଧ୍ୟା ଦର୍ଶନ ପରେ ନାକଚଣା ଦ୍ୱାର ଦେଇ ବାହାରିବେ। ସଂଧ୍ୟା ଦର୍ଶନକୁ ରାତି ୭ଟା ଭିତରେ ଶେଷ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଛି। ସଂଧ୍ୟା ଦର୍ଶନ ପରଦିନ ଅର୍ଥାତ୍ ଆସନ୍ତା ୧୨ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା ଥିବାରୁ ଏହାର ପ୍ରସ୍ତୁତି ପାଇଁ ରାତି ୭ଟାରୁ ଭକ୍ତଙ୍କ ଦର୍ଶନ ବନ୍ଦ କରାଯିବ ବୋଲି ଜଣାପଡ଼ିଛି। ତେବେ ଆଡ଼ପ ଅବଢ଼ା ରାତି ୧୨ଟା ଯାଏ ଉପଲବ୍ଧ ହେବ। ଭକ୍ତମାନେ ନାକଚଣା ଦ୍ବାର ଦେଇ ଆନନ୍ଦବଜାରରୁ ଆଡ଼ପ ଅବଢ଼ା ଆଣିପାରିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି।

publive-image source : google

ପାଞ୍ଜିରେ ମହାପ୍ରଭୁଙ୍କ ନବଯାତ୍ରାର ଅଷ୍ଟମୀ ଓ ନବମୀ ଦୁଇଦିନ ସଂଧ୍ୟା ଦର୍ଶନ ପଡ଼ୁଥିବାରୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ଭକ୍ତମାନଙ୍କର ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। ତ୍ରିକାଳରେ ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କଲେ ଯେଉଁ ପୁଣ୍ୟ ମିଳେ ତାହା ଗୋଟିଏ ଦିନ ଅର୍ଥାତ୍ ନବମୀ ସଂଧ୍ୟା ଦର୍ଶନରୁ ମିଳିଥାଏ ବୋଲି ସ୍କନ୍ଧ ପୁରାଣରେ ଉଲ୍ଲେଖ ରହିଛି। ସଂଧ୍ୟା ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe