ଆଜିଠୁ ଚାଷୀଙ୍କ ଖାତାକୁ ଆସିବ ‘କାଳିଆ’ ଟଙ୍କା । ପୁରୀରେ ଚାଷୀ ସମାବେଶ କରି ଯୋଜନା କାର୍ଯ୍ୟକାରୀ କରିବେ ନବୀନ
ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୧୨ ଲକ୍ଷ ୪୫ ହଜାର ଚାଷୀ ଏହି ଯୋଜନାରେ ଟଙ୍କା ପାଇବେ
କନକ ବ୍ୟୁରୋ: ଆଜି ଠାରୁ ଚାଷୀଙ୍କ ଖାତାକୁ ଆସିବ ‘କାଳିଆ’ ଟଙ୍କା । ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୧୨ ଲକ୍ଷ ୪୫ ହଜାର ଚାଷୀ ଏହି ଯୋଜନାରେ ଟଙ୍କା ପାଇବେ । ଆଜି ଠାରୁ ରାଜ୍ୟର ବିଭିନ୍ନ ପଂଚାୟତ କାର୍ଯ୍ୟାଳୟ ଗୁଡ଼ିକରେ ଏହି ଯୋଜନାରେ ସରକାରୀ ସହାୟତା ପାଇବାକୁ ଯୋଗ୍ୟ ବିବେଚିତ ହୋଇଥିବା ଚାଷୀଙ୍କ ତାଲିକା ପ୍ରକାଶ ପାଇବ । ତେବେ କାଳିଆ ଯୋଜନାରେ ଚାଷୀଙ୍କୁ ଆର୍ଥିକ ପ୍ରୋତ୍ସାହନ ରାଶି ବାଂଟିବା ପାଇଁ ପୁରୀରେ ଆଜି ଆୟୋଜିତ ହେଉଛି ସ୍ୱତନ୍ତ୍ର କାର୍ଯ୍ୟକ୍ରମ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଶ୍ରୀକ୍ଷେତ୍ର ପୁରୀରୁ ‘କାଳିଆ’ ଯୋଜନାରେ ଆର୍ଥିକ ପ୍ରୋତ୍ସାହନ ଯୋଗାଇ ଦେବା କାର୍ଯ୍ୟକ୍ରମକୁ ବିଧିବଦ୍ଧ ଭାବରେ ଆରମ୍ଭ କରିବେ ।
Kanak News is now on WhatsApp
Join and get latest news updates delivered to you via WhatsApp
ତେବେ ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ହୋଇଥିବା ଭୂମିହୀନ, କ୍ଷୁଦ୍ର ଏବଂ ନାମମାତ୍ର ଚାଷୀଙ୍କୁ ‘କାଳିଆ’ ଯୋଜନାରେ ଡିବିଟି ମାଧ୍ୟମରେ ଟଙ୍କା ଲେଖାଏଁ ଦିଆଯିବ ।
– ପ୍ରଥମ ପର୍ଯ୍ୟାୟରେ ୧୨ ଲକ୍ଷ ୪୫ ହଜାର ୪୯୦ ଜଣ ଚାଷୀଙ୍କ ଖାତାକୁ ଟଙ୍କା ଯିବ
– ଡିବିଟି ମାଧ୍ୟରେ ଚାଷୀଙ୍କ ଖାତାକୁ ସିଧାସଳଖ ୫ ହଜାର ଟଙ୍କା ଲେଖାଏଁ ପହଂଚିବ
– ଯୋଗ୍ୟ ହିତାଧିକାରୀଙ୍କ ତାଲିକା ପ୍ରତି ପଂଚାୟତ କାର୍ଯ୍ୟାଳୟରେ ପ୍ରକାଶ ପାଇବ
-ପଂଚାୟତକୁ ଯାଇ ଚାଷୀ ତାଲିକା ଦେଖିପାରିବେ, ଅବଶ୍ୟକସ୍ଥଳେ ଅଭିଯୋଗ କରିପାରିବେ
– ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୬୫ ଲକ୍ଷ ଚାଷୀ କାଳିଆ ଯୋଜନାରେ ଆବେଦନ କରିଛନ୍ତି
– ଆବେଦନ ସଂପୂର୍ଣ୍ଣ ନଥିବାରୁ ପ୍ରଥମ ପର୍ଯ୍ୟାୟରେ ଅନେକ ଚାଷୀ ତାଲିକାରୁ ବାଦ ପଡ଼ିଛନ୍ତି
– ଏହି ଚାଷୀମାନେ ସଂପୂର୍ଣ୍ଣ ତଥ୍ୟ ସହ ଦ୍ୱିତୀୟ ପର୍ଯ୍ୟାୟରେ ଆବେଦନ କରିପାରିବେ
ଚାଷୀଙ୍କ ଋଣ ଛାଡ ଯୋଜନାରେ ଓଡ଼ିଶା ସରକାର ସାମିଲ ନହୋଇ କାଳିଆ ଯୋଜନାରେ ଚାଷୀଙ୍କୁ ଆର୍ଥିକ ପ୍ରୋତ୍ସାହନ ଯୋଗାଇ ଦେବା ଲକ୍ଷ୍ୟରେ ଏହି ଯୋଜନା ଆରମ୍ଭ କରିଛନ୍ତି ।