କନକ ବ୍ୟୁରୋ : ନୂଆ କୃଷି ଆଇନ ପ୍ରତ୍ୟାହାର ଦାବିରେ ଅଟଳ ରହିଛନ୍ତି ଚାଷୀ । ଗୋଟିଏ ପଟେ ସରକାରଙ୍କ ସହ ଆଲୋଚନା ଚାଲିଛି, ଅନ୍ୟପଟେ ଚାଷୀ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି । ଆଜି କେନ୍ଦ୍ର ସରକାରଙ୍କ ସହ କୃଷକ ନେତାଙ୍କର ପଂଚମ ବୈଠକ ବସିବ । ପୂର୍ବରୁ ହୋଇଥିବା ୪ଟି ବୈଠକରେ ଘଂଟା ଘଂଟା ଧରି ଆଲୋଚନା ହୋଇଥିଲେ ବି କୌଣସି ନିଷ୍କର୍ଷ ବାହାରି ପାରିନି । ସେପଟେ ଆନ୍ଦୋଳନକୁ ଆହୁରି ଜୋରଦାର କରିବା ପାଇଁ ଡିସେମ୍ବର ୮ ତାରିଖ ଦିନ ଭାରତ ବନ୍ଦ ଡାକରା ଦେଇଛନ୍ତି କୃଷକ ସଂଗଠନ ।
ସମସ୍ତ ଟୋଲ ପ୍ଲାଜାକୁ ମଧ୍ୟ ବନ୍ଦ କରାଯିବ ଏବଂ ଦିଲ୍ଲୀକୁ ଆସୁଥିବା ସମସ୍ତ ରାସ୍ତାକୁ ବନ୍ଦ କରିବା ପାଇଁ ଚେତାବନୀ ଦେଇଛନ୍ତି କୃଷକ ସଂଗଠନ । ପ୍ରେସ କନଫରେନ୍ସ କରି କୃଷକମାନେ କହିଛନ୍ତି, ଏମଏସପି ଉପରେ ସରକାରଙ୍କ ସହ ଆଲୋଚନା ଚାଲିଛି, ତେବେ ୩ଟି ଯାକ କୃଷି ଆଇନକୁ ତୁରନ୍ତ ପ୍ରତ୍ୟାହାର କରିବା ଦାବିରେ ସେମାନେ ଅଟଳ ରହିଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/12/15-3.jpg)