ଆଜି ସରକାରଙ୍କ ସହ ପୁଣି ଥରେ ହେବ ଚାଷୀଙ୍କ ଆଲୋଚନା : ନୂଆ କୃଷି ଆଇନ ପ୍ରତ୍ୟାହାର ଦାବିରେ ଚାଷୀ ଅଟଳ ; ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା

ଆନ୍ଦୋଳନକାରୀ କୃଷକ କହିଲେ, ଆଗକୁ ବଢ଼ିବ ସଂଘର୍ଷ

247

କନକ ବ୍ୟୁରୋ : ନୂଆ କୃଷି ଆଇନ ପ୍ରତ୍ୟାହାର ଦାବିରେ ଅଟଳ ରହିଛନ୍ତି ଚାଷୀ । ଗୋଟିଏ ପଟେ ସରକାରଙ୍କ ସହ ଆଲୋଚନା ଚାଲିଛି, ଅନ୍ୟପଟେ ଚାଷୀ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି । ଆଜି କେନ୍ଦ୍ର ସରକାରଙ୍କ ସହ କୃଷକ ନେତାଙ୍କର ପଂଚମ ବୈଠକ ବସିବ । ପୂର୍ବରୁ ହୋଇଥିବା ୪ଟି ବୈଠକରେ ଘଂଟା ଘଂଟା ଧରି ଆଲୋଚନା ହୋଇଥିଲେ ବି କୌଣସି ନିଷ୍କର୍ଷ ବାହାରି ପାରିନି । ସେପଟେ ଆନ୍ଦୋଳନକୁ ଆହୁରି ଜୋରଦାର କରିବା ପାଇଁ ଡିସେମ୍ବର ୮ ତାରିଖ ଦିନ ଭାରତ ବନ୍ଦ ଡାକରା ଦେଇଛନ୍ତି କୃଷକ ସଂଗଠନ ।

ସମସ୍ତ ଟୋଲ ପ୍ଲାଜାକୁ ମଧ୍ୟ ବନ୍ଦ କରାଯିବ ଏବଂ ଦିଲ୍ଲୀକୁ ଆସୁଥିବା ସମସ୍ତ ରାସ୍ତାକୁ ବନ୍ଦ କରିବା ପାଇଁ ଚେତାବନୀ ଦେଇଛନ୍ତି କୃଷକ ସଂଗଠନ । ପ୍ରେସ କନଫରେନ୍ସ କରି କୃଷକମାନେ କହିଛନ୍ତି, ଏମଏସପି ଉପରେ ସରକାରଙ୍କ ସହ ଆଲୋଚନା ଚାଲିଛି, ତେବେ ୩ଟି ଯାକ କୃଷି ଆଇନକୁ ତୁରନ୍ତ ପ୍ରତ୍ୟାହାର କରିବା ଦାବିରେ ସେମାନେ ଅଟଳ ରହିଛନ୍ତି ।