ଆଜି ରାଜ୍ୟର କେତେକ ସ୍ଥାନରେ ହୋଇପାରେ କାଳବୈଶାଖୀ ବର୍ଷା । ବର୍ଷା ସହ ସ୍ଥାନେ ସ୍ଥାନେ ବଜ୍ରପାତ ହୋଇପାରେ ବୋଲି ପୂର୍ବାନୁମାନ କଲା ପାଣିପାଗ ବିଭାଗ 

 ଆଜି ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି

217
କନକ ବ୍ୟୁରୋ : ଆଜି ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ମିଳିଥିବା ସୂଚନା ଅନୁସାରେ, ରାଜ୍ୟର ବୌଦ୍ଧ, ବଲାଙ୍ଗୀର, ଅନୁଗୁଳ, ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଆଦି ଜିଲ୍ଲାରେ କାଳବୈଶାଖୀ ସହ ବଜ୍ରପାତ ସମ୍ଭାବନା ରହିଛି ବୋଲି ଗୁରୁବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ। ଆଜି କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ବାଲେଶ୍ୱର,ଭଦ୍ରକ, ଯାଜପୁର, କଟକ, ନୟାଗଡ଼, ବୌଦ୍ଧ, କନ୍ଧମାଳ ଓ କେନ୍ଦ୍ରାପଡ଼ା ଆଦି ସ୍ଥାନରେ ଗୋଟିଏ କିମ୍ବା ଦୁଇଟି କାଳବୈଶାଖୀ ସମ୍ଭାବନା ରହିଛି। ଉପକୂଳ ଓଡ଼ିଶା ତଥା କେନ୍ଦୁଝର, ମୟୁରଭଞ୍ଜ, କନ୍ଧମାଳ ଆଦି ସ୍ଥାନରେ କାଳବୈଶାଖୀ ସମ୍ଭାବନା ଥିବା ବେଳେ ଅନ୍ୟ ସବୁ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ।
https://www.google.com

ପୁଣି ୨୬ ତାରିଖରେ ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ସ୍ଥାନରେ ଝଡ଼ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ। ସେହିପରି କନ୍ଧମାଳରେ ୭ମିମି, କଳାହାଣ୍ଡିରେ ୩ମିମି, ବଲାଙ୍ଗୀରରେ ୩ମିମି, ରାୟଗଡ଼ାରେ ୩ମିମି, ବରଗଡ଼ରେ ୨ମିମି, ଢ଼େଙ୍କାନାଳରେ ୨ମିମି, ସୋନପୁରରେ ୨ମିମି, କଟକରେ ୨ମିମି, ସମ୍ବଲପୁର ୧ମିମି, ଯାଜପୁରରେ ୧ମିିମି, ଅନୁଗୁଳରେ ୧ମିମି ଓ ଗଜାଂମରେ ୧ମିମି ବର୍ଷା ରେକର୍ଡ କରାଇଛି।