ଆଜି ଅଣସର ଦଶମୀ : ଶୟନ ଅବସ୍ଥାରୁ ଉଠି ଚକା ଉପରେ ବିଜେ କରିବେ ମହାପ୍ରଭୁ । ଶ୍ରୀବିଗ୍ରହଙ୍କ ସମ୍ପୂର୍ଣ୍ଣ ସୁସ୍ଥତା ପାଇଁ ଦିଆଯିବ ଦଶମୂଳ ମୋଦକ ।

90

କନକ ବ୍ୟୁରୋ: ଆଜି ଅଣସର ଦଶମୀରେ ଚକାବିଜେ କରିବେ ଶ୍ରୀଜୀଉ । ଅଣସର ତାଟି ଭିତରେ ଦଇତାପତି ସେବକଙ୍କ ଦ୍ୱାରା ଗୁପ୍ତ ଉପଚାର ପରେ ଶ୍ରୀବିଗ୍ରହଙ୍କୁ ଶରୀରରୁ ତାତି ଓହ୍ଲାଇଥିବା ବେଳେ ଶୟନ ଅବସ୍ଥାରୁ ଉଠି ଚକା ବିଜେ କରିବେ ମହାପ୍ରଭୁ ।

ଅନ୍ୟପଟେ ଶ୍ରୀବିଗ୍ରହଙ୍କ ସମ୍ପୂର୍ଣ୍ଣ ସୁସ୍ଥତା ପାଇଁ ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ମୋଦକ ଆସନ୍ତାକାଲି ଶ୍ରୀମନ୍ଦିର ଗାରଦରେ ଜିମା ଦିଆଯିବ । ଦଶମୂଳ ମୋଦକ ସେବନ ପରେ ସମ୍ପୂର୍ଣ୍ଣ ସୁସ୍ଥ ହେବେ ଶ୍ରୀଜୀଉ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଓ ଭୋଗମଣ୍ଡପ ନୀତି ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ବେହରଣ ଦ୍ୱାର ଫିଟାଯିବା ସହ ଅନବସର ନୀତି ଅନୁଷ୍ଠିତ ହେବ । ଏହାପରେ ଦଇତାପତି ସେବକ ମାନେ ଶ୍ରୀଜୀଉଙ୍କୁ ଚକା ଉପରକୁ ବିଜେ କରାଇବା ସହ ଚକଟା ଓ ପଣାଭୋଗ ଲାଗି କରାଇବେ ।