ଆଜି ହେରାପଞ୍ଚମୀ । ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ

144

କନକ ବ୍ୟୁରୋ : ଆଜି ହେରାପଞ୍ଚମୀ । ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ । ଆଡ଼ପମଣ୍ଡପରେ ବିରାଜିତ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ମହାଲକ୍ଷ୍ମୀ ଗୁଣ୍ଡିଚା ମନ୍ଦିର ବିଜେ କରିବେ । ମହାପ୍ରଭୁଙ୍କ ଭେଟି ନପାରି ରାଗରେ ରଥ ଭାଙ୍ଗିବେ ମହାଲକ୍ଷ୍ମୀ । ରୁକ୍ମଣୀ ହରଣ ଏକାଦଶୀ ଦିନ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସହ ମହାଲକ୍ଷ୍ମୀଙ୍କ ବିବାହ ହୋଇଥିଲା । ଗଇଁଠା ଫିଟି ନଥିବା ବେଳେ ମହାପ୍ରଭୁ ଅସୁସ୍ଥ ହୋଇ ଅଣସର ପିଣ୍ଡିରେ ଚିକିତ୍ସିତ ହେଉଥିଲେ । ସୁସ୍ଥ ହେବା ପରେ ନବବିବାହିତା ଧର୍ମପତ୍ନୀ ମହାଲକ୍ଷ୍ମୀଙ୍କୁ ଛାଡ଼ି ବଡ଼ଭାଇ ଓ ଭଉଣୀଙ୍କୁ ସାଙ୍ଗରେ ଧରି ଜନ୍ମବେଦୀକୁ ଯାତ୍ରା କରିଛନ୍ତି । କିଛି ଦିନ ହେବ ମହାପ୍ରଭୁଙ୍କ ସହ ଲକ୍ଷ୍ମୀଙ୍କ ସାକ୍ଷାତ ହୋଇନାହିଁ । ସେଥିପାଇଁ ମହାଲକ୍ଷ୍ମୀ ବ୍ୟସ୍ତ ବିବ୍ରତ ହୋଇ ଆଜି ଗୁଣ୍ଡିଚା ମନ୍ଦିର ଯାତ୍ରା କରିବେ ।