କନକ ବ୍ୟୁରୋ: ଆଜି ପବିତ୍ର ମକର ସଂକ୍ରାନ୍ତି, ଚଳଚଂଚଳ ରାଜ୍ୟର ପ୍ରମୁଖ ଦେବାଳୟ । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି, ସେପଟେ ଖୋର୍ଦ୍ଧା ଜିଲ୍ଲାର ପ୍ରସିଦ୍ଧ ଉଷ୍ମପ୍ରସବନ ଅଟ୍ରିର ଏକାଦଶ ରୁଦ୍ର ହଟନାଥ ହଟକେଶ୍ୱର ମହାଦେବଙ୍କ ପୀଠରେ ଭକ୍ତଙ୍କ ସମାଗମ । ଗହଳିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଲୋକମାନେ କିପରି ଶାନ୍ତିଶୃଙ୍ଖଳାର ସହ ଦର୍ଶନ କରିବେ, ସେଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।
ଆଜି ଶ୍ରୀମନ୍ଦିରରେ ମକର ସଂକ୍ରାନ୍ତିରେ ଶ୍ରୀବିଗ୍ରହଙ୍କୁ ମକରଚୂଳ ଓ ମାଳଲାଗି କରାଯାଇ ସ୍ୱତନ୍ତ୍ର ବେଶ ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ପରେ ମହାପ୍ରଭୁଙ୍କ ନିକଟରେ ମକର ଚାଉଳ ଏବଂ ଧନୁମୁଆଁ ଭୋଗ ଅର୍ପଣ କରାଯିବ । ଘଂଟ ଛତାର ପଟୁଆରରେ ମକରବେଢ଼ା ନୀତି ଅନୁଷ୍ଠିତ ହେବ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ମକରସଂକ୍ରାନ୍ତି ପ୍ରମୁଖ ଯାତ୍ରା, ଏହି ଯାତ୍ରାରେ ମକରବେଶ ବା ମକରଚୌରାଶି ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି ଚତୂର୍ଦ୍ଧାମୂର୍ତ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)
/kanak/media/post_attachments/wp-content/uploads/2024/01/2-29.jpg)