ଆଜି ବିଜେଡିର ୨୫ ତମ ପ୍ରତିଷ୍ଠା ଦିବସ । ସବୁ ଅପରାହ୍ଣରେ ନେତା ଓ କର୍ମୀଙ୍କୁ ଉଦବୋଧନ ଦେବେ ମୁଖ୍ୟମନ୍ତ୍ରୀ

180

କନକ ବ୍ୟୁରୋ : ଆଜି ବିଜେଡିର ପ୍ରତିଷ୍ଠା ଦିବସ । ୨୫ ତମ ପ୍ରତିଷ୍ଠା ଦିବସ ପାଳନ କରିବ ଦଳ । ବିଜେଡି କାର୍ଯ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରତିଷ୍ଠା ଦିବସ ପାଳନ କରାଯିବ । ଏହା ସହ ବ୍ଲକ ଓ ସହରାଞ୍ଚଳରେ ମଧ୍ୟ ପ୍ରତିଷ୍ଠା ଦିବସ ପାଳିତ ହେବ । କାର୍ଯ୍ୟକ୍ରମରେ ଦଳର ସମସ୍ତ ନିର୍ବାଚିତ ପ୍ରତିନିଧି, ଯୁବ, ଛାତ୍ର, ମହିଳା, ବରିଷ୍ଠ ସଦସ୍ୟ ଓ କର୍ମକର୍ତା ଯୋଗଦେବେ ।
କୋଭିଡ୍ କଟକଣା ମଧ୍ୟରେ ପ୍ରତିଷ୍ଠା ଦିବସ ପାଳନ କରାଯିବ । ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳୀୟ କର୍ମକର୍ତାଙ୍କୁ ସମ୍ବୋଧନ କରିବେ । ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ ଥିବାରୁ କିଛି ବଡ଼ ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ । ଭର୍ଚୁଆଲ ମୋଡରେ ନେତା ଓ କର୍ମୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ । ପ୍ରତିଷ୍ଠା ଦିବସରୁ ହଁ ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମ ଓ ଲୋକସେବା ମାଧ୍ୟମରେ ଦଳ ରାଜ୍ୟବାସୀଙ୍କ ପାଖକୁ ଯିବ ।